ବାହାନଗା ରେଳ ଦୁର୍ଘଟଣା ଗ୍ରସ୍ତ ପରିବାରଙ୍କୁ ସାହାଯ୍ୟାର୍ଥେ ଓଡ଼ିଶା ଉଦ୍ୟାନ କୃଷି ଅଧିକାରୀ ସେବା ସଂଘ ତରଫରୁ ସହାୟତା

Share:

ସମୀର ରଞ୍ଜନ ନାୟକ ଓଡିଶା ବ୍ୟୁରୋଚିଫ

ଭୁବନେଶ୍ୱର :ବାଲେଶ୍ୱର ଜିଲ୍ଲା ଅନ୍ତର୍ଗତ ବାହାନଗା ଠାରେ ଘଟିଥିବା ରେଳ ଦୁର୍ଘଟଣାଗ୍ରସ୍ତ ପରିବାରଙ୍କୁ ସାହାଯ୍ୟାର୍ଥେ ଓଡ଼ିଶା ଉଦ୍ୟାନ କୃଷି ଅଧିକାରୀ ସେବା ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦଶ ଲକ୍ଷ ଅଶି ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଛି l ଆଜି ଲୋକସେବା ଭବନ ଠାରେ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କୁ ସଂଘର ସଭାପତି ସୂଚନା ସ୍ୱସ୍ତିକା, ଯୁଗ୍ମ ସଂପାଦକ ତିର୍ଯ୍ୟକ୍‌ କୁମାର ଦାସ ଓ ଗୋବିନ୍ଦ ଚନ୍ଦ୍ର ମେହେର, ସଦସ୍ୟ ସୌମ୍ୟ ରଂଜନ ସେଠୀଙ୍କ ସମେତ ସଂଘର ଅନ୍ୟ କର୍ମକର୍ତ୍ତା ସାକ୍ଷାତ କରି ଏହି ସହାୟତା ରାଶି ଚେକ୍‌ ଆକାରରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ଉଦ୍ଦେଶ୍ୟରେ ପ୍ରଦାନ କରିଛନ୍ତି l


Share: