5T ସଚିବଙ୍କ ବେଦବ୍ୟାସ ପୀଠ ପରିଦର୍ଶନ

Share:

ସମୀର ରଞ୍ଜନ ନାୟକ ଓଡିଶା ବ୍ୟୁରୋଚିଫ

ଭୁବନେଶ୍ବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟମନ୍ତ୍ରୀ ଙ୍କ ସଚିବ 5T ଶ୍ରୀ ଭି କେ ପାଣ୍ଡିଆନ୍ ଆଜି ରାଉରକେଲା ନିକଟସ୍ଥ ବେଦବ୍ୟାସ ପୀଠ ପରିଦର୍ଶନ କରିଥିଲେ. 5T ଉପକ୍ରମ ରେ ପୀଠର ବିକାଶ ସମ୍ପର୍କରେ ଟ୍ରଷ୍ଟ ବୋର୍ଡ ର ସଭ୍ୟ .ସେବାୟତ ,ଏବଂ ସ୍ଥାନୀୟ ଜନସାଧାରଣଙ୍କ ସହ ଶ୍ରୀ ପାଣ୍ଡିଆନ୍ ଆଲୋଚନା କରି ଥିଲେ . ପନ୍ଦର ଦିନ ମଧ୍ୟରେ ଏ ସମ୍ପର୍କରେ ଏକ ବିସ୍ତ୍ରୁତ ଯୋଜନା ପ୍ରସ୍ତୁତ କରି ମୁଖ୍ୟମନ୍ତ୍ରୀ ଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପନ କରିବାକୁ ଜିଲ୍ଲା ପାଳ ଙ୍କୁ ଶ୍ରୀ ପାଣ୍ଡିଆନ୍ କହିଥିଲେ.
ଏହି ଆଲୋଚନାରେ ମୁଖ୍ୟତଃ ସ୍ଵର୍ଗଦ୍ଵାର ର ବିକାଶ , ନଦୀ ସମୁଖ ଭାଗ ର ଉନ୍ନତିକରଣ, ଯାତ୍ରୀ ମାନଙ୍କ ପାଇଁ ବିଭିନ୍ନ ଭିତ୍ତିଭୂମି ସୁବିଧା ର ବିକାଶ ,ଯାତ୍ରୀ ନିବାସ ନିର୍ମାଣ ଏବଂ light and sound show ବ୍ୟବସ୍ଥା ଉପରେ ଆଲୋକପାତ କରାଯାଇଥିଲା .ବେଦ ବ୍ଯାସ ଓଡ଼ିଶାର ଏକ ପ୍ରମୁଖ ତୀର୍ଥ ସ୍ଥାନ .ପ୍ରତିଦିନ ରାଜ୍ୟ ତଥା ରାଜ୍ୟ ବାହାରୁ ଅନେକ ଯାତ୍ରୀ ଏ ପୀଠ କୁ ଆସିଥାନ୍ତି .ତେଣୁ ଏ ପୀଠର ସର୍ବାଙ୍ଗୀନ ଉନ୍ନତି ପାଇଁ ରାଜ୍ୟ ସରକାର ନିଷ୍ଠା ର ସହ ଉଦ୍ୟମ ଜାରି ରଖିଛନ୍ତି ବୋଲି ଶ୍ରୀ ପାଣ୍ଡିଆନ୍ ପ୍ରକାଶ କରିଥିଲେ .ଏ ପୀଠର ରୂପାନ୍ତର କରି ଏହାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ସରକାର ଙ୍କ ଉଦ୍ୟମ ଜାରି ରହିବ ବୋଲି ସେ କହିଥିଲେ .ଏହି ପରିଦର୍ଶନ ସମୟରେ ସୁନ୍ଦରଗଡ଼ ଜିଲ୍ଲାପାଳ ଶ୍ରୀ ପରାଗ ଗଭାଲି ରାଉରକେଲା Municipal commisioner ଶ୍ରୀ ଶୁଭଙ୍କର ମହାପାତ୍ର ପ୍ରମୂଖ ଉପସ୍ଥିତ ଥିଲେ


Share: