ଶିଶୁ ଶ୍ରମିକ ମୁକ୍ତ ଜିଲ୍ଲା ସଚେତନତା ରଥ ଉଦଘାଟିତ

Share:

ରଞ୍ଜନ ଦାସ ଙ୍କ ରିପୋର୍ଟ

ପୁରୀ:ପୁରୀ ଜିଲ୍ଲା କୁ ଶିଶୁ ଶ୍ରମିକ ମୁକ୍ତ ଜିଲ୍ଲା ଭାବେ ଗଢିବା ଲକ୍ଷ୍ୟ ରେ ଏକ ସଚେତନତା ରଥ କୁ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶ୍ରୀ ପ୍ରଦୀପ କୁମାର ସାହୁ ଉଦଘାଟନ କରିଛନ୍ତି। ଶନିବାର ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଜିଲ୍ଲା ଶ୍ରମ ବିଭାଗ ପକ୍ଷରୁ ପ୍ରସ୍ତୁତ ଏହି ସଚେତନତା ରଥ ଲୋକମାନଙ୍କୁ ଶିଶୁ ମାନଙ୍କ ଅଧିକାରର ସୁରକ୍ଷା ଓ ସାଧାରଣ ଲୋକ ମାନଙ୍କ ର ଶିଶୁ ମାନଙ୍କ ପ୍ରତି ଦାୟିତ୍ଵ ସମ୍ପର୍କରେ ସଚେତନ କରାଇବ ବୋଲି ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସାହୁ ଆଶା ପ୍ରକାଶ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ଡିଭିଜିନାଲ ଶ୍ରମ କମିଶନର ଶ୍ରୀ ଶିବ ଶଙ୍କର ମିଶ୍ର, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ସେଠୀ, ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀ ଦିଲିପ କୁମାର ପାଣି, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ମନୋଜ କୁମାର ତ୍ରିପାଠୀ , ସହକାରୀ ଶ୍ରମ ଅଧିକାରୀ ପ୍ରିୟଙ୍କା ପ୍ରିୟଦର୍ଶିନୀ ପ୍ରମୁଖ ଉପସ୍ଥିତ ଥିଲେ। ଏହି ସଚେତନତା ରଥ ସମଗ୍ର ଜିଲ୍ଲା ପରିକ୍ରମଣ କରି ସଚେତନତା ସୃଷ୍ଟି କରିବ ବୋଲି ଜିଲ୍ଲା ଶ୍ରମ ଅଧିକାରୀ ସୂଚନା ଦେଇଛନ୍ତି।


Share: