ଜିଲ୍ଲାସ୍ତରୀୟ ୭୫ତମ ସ୍ବାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

Share:

ପୁରୀ-10/8/2021 ଜିଲ୍ଲାସ୍ତରୀୟ ୭୫ତମ ସ୍ବାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଛି । ଚଳିତବର୍ଷ ଜିଲ୍ଲସ୍ତରୀୟ ସ୍ବାଧୀନତା ଦିବସ ଆଡମ୍ବରଭାବେ କୋଭିଡ ନିର୍ଦ୍ଦେଶାବଳୀ ଅନୁପାଳନ ପୂର୍ବକ ତାଳବଣିଆସ୍ଥିତ ଜିଲ୍ଲା ସ୍ପୋର୍ଟ୍ସ କମ୍ପ୍ଲେକ୍ସ ପଡିଆରେ ଆୟୋଜନ ହେବା ନେଇ ନିଷ୍ପତ୍ତି ନିଆଯାଇଛି । ସକାଳ ୯ଘଟିକା ୧୫ ମିନିଟ ସମୟରେ ମୁଖ୍ୟ ଅତିଥି ଜାତୀୟ ପତାକା ଉତ୍ତୋଳନ ପୂର୍ବକ ପ୍ୟାରେଡ ଅଭିବାଦନ ଗ୍ରହଣ କରିବେ । କେବଳ ପୁଲିସ ବାହିନୀ ପକ୍ଷରୁ ଉତ୍ସବ ପାଳନୀୟ ପ୍ୟାରେଡ ହେବ ଓ ଅନ୍ୟ କୌଣସି ଦଳକୁ ଏଥିପାଇଁ ଅନୁମତି ଦିଆଯିବ ନାହିଁ । ସୀମିତ ବ୍ୟକ୍ତି ବିଶେଷଙ୍କୁ ଉତ୍ସବକୁ ଆମନ୍ତ୍ରିତ କରାଯିବ । ବାହାର ବ୍ୟକ୍ତିଙ୍କୁ ପ୍ରବେଶ ଅନୁମତି ଦିଆଯିବ ନାହିଁ । ସ୍ବାଧୀନତା ଦିବସ ପ୍ରାତଃ ସମୟରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ସହରରେ ରାମଧୁନ ପରିବେଷଣ କରାଯିବ । ପୌରସଂସ୍ଥା ପକ୍ଷରୁ ସହରରେ ଥିବା ସମସ୍ତ ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାପ୍ୟଣ କରାଯିବ । ଉକ୍ତ ଦିନ ମୁଖ୍ୟ ଅତିଥି ଉତ୍କଳ ବାଳାଶ୍ରମରେ ମିଷ୍ଟାନ୍ନ ବଣ୍ଟନ, ମୁଖ୍ୟ ଡାକ୍ତରଖାନରେ ରୋଗୀ ମାନଙ୍କୁ ଫଳ ବଣ୍ଟନ କରିବା ସହ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟରେ ରକ୍ତଦାନ ଶିବିରର ଉଦଘାଟନ କରିବେ । ଉକ୍ତ ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ଶ୍ରୀ ସୁଭାଷ ଚନ୍ଦ୍ର ନାଥଶର୍ମା, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଜ୍ୟୋତି ଶଙ୍କର ମହାପାତ୍ର, ପୌରସଂସ୍ଥା ନିର୍ବାହୀ ଅଧିକାରୀ ଶ୍ରୀ ସରୋଜ କୁମାର ସ୍ବାଇଁ, ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ଶ୍ରୀ ଗିରିଶ ଚନ୍ଦ୍ର ରାୟ, ରିଜର୍ଭ ଇନିସପେକ୍ଟର ଶ୍ରୀ ଟୁନୁ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।

ଓଡିଶା ବ୍ୟୁର ଚିଫ ସମୀର ରଞ୍ଜନ ନାୟକ ଙ୍କ ରିପୋର୍ଟ।


Share: