ଭୁବନ ବିଜୁ ଜନତାଦଳ ପକ୍ଷରୁ ଜୀବନ ବିନ୍ଦୁ ରକ୍ତଦାନ ଶିବିର ଆୟୋଜି

Share:

ପପୁ କୁମାର ସାହୁ ଙ୍କ ରିପୋର୍ଟ

ଢେଙ୍କାନାଳ : ଭୁବନ ବିଜୁ ଜନତା ଦଳ ପକ୍ଷରୁ ଓଡିଶା ମୋ ପରିବାର ଜୀବନ ବିନ୍ଦୁ ଆନୁକୁଲ୍ୟରେ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ବିଜୁ ପଟ୍ଟନାୟକଙ୍କ ୨୫ତମ ଶ୍ରାଦ୍ଧ ଦିବସ ଅବସରରେ ଭୁବନରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ୧୧୦ ୟୁନିଟ ରକ୍ତ ସଂଗ୍ରହ ହୋଇଛି। ଏହି ଶିବିରକୁ ରାଜ୍ଯ ଖଣି ଇସ୍ପାତ ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଉଦ୍ଘାଟନ କରିଛନ୍ତି । ଏଥି ସହିତ ଯୁବ ବ୍ୟାପାର ବୋର୍ଡ ଅଧ୍ୟକ୍ଷ ତଥା ଜିଲ୍ଲା ପର୍ଯ୍ୟବେକ୍ଷକ ବିଜୟ ନାୟକ, ଜିଲ୍ଲାପରିଷଦ ଅଧ୍ୟକ୍ଷା ଅର୍ଚନା ପୁହାଣ, ଭୁବନ ବ୍ଲକ ପୂର୍ବତନ ଅଧ୍ୟକ୍ଷ ଧର୍ମାନନ୍ଦ ବରାଳ, ଭୁବନ ବିଜ୍ଞାପିତ ଅଞ୍ଚଳ ପରିଷଦ ନଗରପାଳ ଶୁଭେନ୍ଦୁ କୁମାର ସାହୁ ଓ ବିଜୁ ଜନତା ଦଳର କର୍ମକର୍ତ୍ତା ଓ ଅନେକ ଯୁବ ଛାତ୍ର ନେତା ରକ୍ତଦାନ କରିଥିଲେ । ବହୁ ସଂଖ୍ୟାରେ ମହିଳା ମାନେ ସ୍ୱତଃ ପ୍ରବୃତ୍ତ ଭାବେ ରକ୍ତଦାନ କରିଥିବା ଦେଖିବାକୁ ମିଳିଥିଲା l ଢ଼େଙ୍କାନାଳ ରେଡକ୍ରସ ପକ୍ଷରୁ ରକ୍ତ ସଂଗ୍ରହ କରାଯାଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରକ୍ତ ଭଣ୍ଡାରରେ ରକ୍ତ ସଙ୍କଟ ଦୂର କରିବା ପାଇଁ ପ୍ରତିବର୍ଷ ଆଜିର ଦିନରେ ବିଜେଡି ପକ୍ଷରୁ ସାରା ରାଜ୍ୟରେ ରକ୍ତଦାନ ଶିବିର ଆୟୋଜନ କରାଯାଉଛି । ଆଜି ଦିନରେ ୧୦ ହଜାର ୟୁନିଟ୍ ସାରା ରାଜ୍ୟରୁ ସଂଗୃହୀତ ହେବ ବୋଲି ଲକ୍ଷ୍ଯ ରଖା ଯାଇଛି


Share: