ଲୋକସେବା ଭବନରେ ଜାତୀୟ ଭୋଟର ଦିବସ ସଂକଳ୍ପ ପାଠ

Share:

ସମୀର ରଞ୍ଜନ ନାୟକ ଓଡିଶାବ୍ୟୁରୋଚିଫ

ଭୁବନେଶ୍ୱର: ଆଜି ୧୩ ତମ ଜାତୀୟ ମତଦାତା ଦିବସ ଉପଲକ୍ଷେ ରାଜ୍ୟ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ସମସ୍ତ ଅଧିକାରୀ ଓ କର୍ମଚାରୀ ମାନଙ୍କୁ ସଂକଳ୍ପ ପାଠ କରାଇଥିଲେ । ଜାତୀୟ ଭୋଟର ଦିବସର ସଂକଳ୍ପ ଥିଲା ଆମେ ଭାରତର ନାଗରିକବୃନ୍ଦ, ଗଣତନ୍ତ୍ରରେ ନିଜର ପୂର୍ଣ୍ଣ ଆସ୍ଥା ରଖି ଏହି ଶପଥ ନେଉଛୁ କି ଆମେ ନିଜ ଦେଶର ଗଣତାନ୍ତ୍ରିକ ପରମ୍ପରାର ମର୍ଯ୍ୟାଦା ବଜାୟ ରଖିବୁ ତଥା ମୁକ୍ତ, ଅବାଧ, ଏବଂ ଶାନ୍ତିପୂର୍ଣ୍ଣ ନିର୍ବାଚନର ଗରିମାକୁ ଅକ୍ଷୁର୍ଣ୍ଣ ରଖି, ନିର୍ଭିକ ହୋଇ, ଜାତି, ବର୍ଣ୍ଣ, ଗୋଷ୍ଠୀ, ଭାଷା ଅଥବା ଅନ୍ୟ କୌଣସି ପ୍ରଲୋଭନ ରେ ପ୍ରଭାବିତ ନ ହୋଇ ପ୍ରତ୍ୟେକ ନିର୍ବାଚନ ରେ ନିଜ ମତାଧିକାର ର ପ୍ରୟୋଗ କରିବୁ । ମୁଖ୍ୟ ଶାସନ ସଚିବଙ୍କ ଲୋକ ସଂପର୍କ ଅଧିକାରୀ ଜିତେନ୍ଦ୍ରୀୟ ଜେନା ଏହି ସଂକଳ୍ପପାଠ ସଭାର ସଂଯୋଜନା କରିଥିଲେ ।


Share: