ଧନ୍ୟବାଦ ଜଣାଇଲେ ନବୀନ

Share:

ସମୀର ରଞ୍ଜନ ନାୟକ ଓଡିଶା ବ୍ୟୁରୋଚିଫ

ଭୁବନେଶ୍ୱର :  ପଦ୍ମପୁର ଉପନିର୍ବାଚନ ରେ ଅଭୂତପୂର୍ବ ବିଜୟ ପାଇଁ ଧନ୍ୟବାଦ।ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନାୟକ ଏବଂମୁଖ୍ୟମନ୍ତ୍ରୀ କହିଲେ ଏହା ଆଉ କାହାର ବିଜୟ ନୁହେଁ। ଏହା ପଦମପୁରବାସୀଙ୍କ ବିଜୟ । ବିଜେଡିର ଲକ୍ଷ ଲକ୍ଷ କର୍ମୀମାନଙ୍କୁ ମୁଁ ଧନ୍ୟବାଦ ଜଣାଇବାକୁ ଚାହୁଁଛି। ଆପଣମାନେ ବହୁତ ନିଷ୍ଠାର ସହ କାମ କରିଛନ୍ତି। ସରକାରଙ୍କ ଭଲ ଭଲ ଯୋଜନା ଗୁଡିକୁ ଲୋକଙ୍କ ପାଖରେ ରଖିଛନ୍ତି ଓ ବିରୋଧୀ ଦଳର ସବୁ ମିଛ କଥାକୁ ଲୋକଙ୍କ ସମ୍ମୁଖରେ ରଖିଛନ୍ତି ।କିଛି ଲୋକ ମୋତେ ପଚାରୁଛନ୍ତି, ଆପଣ ତ ପଞ୍ଚାୟତ ଇଲେକ୍‌ସନରେ ଯାଇ ନ ଥିଲେ, ବିଭିନ୍ନ ବାଇ-ଇଲେକ୍‌ସନରେ ବି ଯାଇ ନ ଥିଲେ, ଏ ପଦମପୁର ଇଲେକ୍‌ସନରେ କାହିଁକି ଗଲେ ? ମୁଁ କହିବାକୁ ଚାହୁଁଛି ଯେଭଳି ଭାବରେ ଜଣେ ମହିଳାଙ୍କୁ, ଜଣେ ଶିକ୍ଷିତ ଅଳ୍ପ ବୟସର ମହିଳାଙ୍କୁ, ଜଣେ ବାପା ହରାଇ ଦୁଃଖରେ ଥିବା ମହିଳାଙ୍କୁ ରାଜ୍ୟ ବିଜେପିର କିଛି ନେତୃମଣ୍ଡଳୀ ଅସମ୍ମାନ କଲେ, ତାହା ମୋତେ ବହୁତ ଦୁଃଖ ଦେଲା ।ମୁଁ ଭାବୁଛି, ଏହା କେବଳ ମୋ ପାଇଁ ଦୁଃଖ ନୁହେଁ । ଓଡିଶାର ସବୁ ମହିଳା ମାନଙ୍କ ପାଇଁ ଦୁଃଖର କଥା ।

ରାଜନୀତିରେ ହାରିବା ଓ ଜିତିବା, ଇଲେକସ୍‌ନ ଲଢିବା ଅଲଗା କଥା । କିନ୍ତୁ ଜଣେ ମହିଳାଙ୍କୁ ଏଭଳି ଭାବରେ ଅସମ୍ମାନ କରିବା, ଅତି ନିନ୍ଦନୀୟ।ସେଥିପାଇଁ ମୁଁ ନିଷ୍ପତ୍ତି ନେଲି, ମୁଁ ନିଜେ ଯାଇ ବର୍ଷା ସିଂ ପାଖରେ ଠିଆ ହେବି – ଜଣେ ବାପା ଭଳି, ଜଣେ ଭାଇ ଭଳି, ଜଣେ ବନ୍ଧୁ ଭଳି । ବାପା ହରାଇଥିବା ବର୍ଷା ସାଙ୍କରେ ଠିଆ ହେବି ।


Share: