ଓଡିଶା ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନୀତିଶ କୁମାର

Share:

ସମୀର ରଞ୍ଜନ ନାୟକ ଓଡିଶା ବ୍ୟୁରୋଚିଫ

ଭୁବନେଶ୍ୱର:ବିହାର ମୁଖ୍ୟମନ୍ତ୍ରୀ ଶ୍ରୀ ନୀତିଶ କୁମାର ଆଜି ମଧ୍ୟାହ୍ନରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ ।
ପରେ ସାମ୍ବାଦିକମାନଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ପୁରୀରେ ବିହାର ଭବନ ପାଇଁ ଓଡିଶା ସରକାର ବିହାର ସରକାରଙ୍କୁ ଦେଢ ଏକର ଜମି ମାଗଣାରେ ଯୋଗାଇଦେବେ । ଜଗନ୍ନାଥ ଧାମ ପୁରୀକୁ ଆସୁଥିବା ବିହାରର ଲୋକମାନଙ୍କ ରହଣି ସୁବିଧା ପାଇଁ ବିହାର ସରକାର ବିହାର ଭବନ ନିର୍ମାଣ ପାଇଁ ଇଚ୍ଛା ପ୍ରକାଶ କରିଥିଲେ । ଏହି ଘୋଷଣା ପାଇଁ ବିହାର ମୁଖ୍ୟମନ୍ତ୍ରୀ ଶ୍ରୀ ନୀତିଶ କୁମାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଥିଲେ ।
ଶ୍ରୀ ନୀତିଶ କୁମାର ଆଜି ମଧ୍ୟାହ୍ନରେ ସିଧା ବିମାନ ବନ୍ଦରକୁ ଆସି ନବୀନ ନିବାସରେ ପହଞ୍ଚିଥିଲେ । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବିହାର ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ ଆପ୍ୟାୟିତ କରିଥିଲେ ।


Share: