ଜାନୁଆରୀ 3ରୁ ରାଜ୍ୟ ଖୋଲିବ ପ୍ରଥମରୁ ପଞ୍ଚ ମ

Share:

ସମୀର ରଞ୍ଜନ ଓଡିଶା ବ୍ୟୁରୋଚିଫ ।

ଭୁବନେଶ୍ୱର :ସାରା ରାଜ୍ୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏଁ ଥିବା ପ୍ରାୟ 27,000 ବିଦ୍ୟାଳୟକୁ ଜାନୁୟାରୀ 3ତାରିଖରୁ ଖୋଲିବା ପାଇଁ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଯେଉଁ ବିଦ୍ୟାଳୟରେ ଦଶମ ଶ୍ରେଣୀ ନିମନ୍ତେ 5ତାରିଖରୁ 8ତାରିଖ ପର୍ଯ୍ୟନ୍ତ Summative-1 ପରୀକ୍ଷା ହେବାର ଅଛି, ସେହି ବିଦ୍ୟାଳୟ ଗୁଡ଼ିକୁ 10ଜାନୁୟାରୀ ଠାରୁ ଖୋଲିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏଥିପାଇଁ ମଧ୍ୟାହ୍ନ ଭୋଜନ ନିମିତ୍ତ ଉଦ୍ଦିଷ୍ଟ ମଧ୍ୟାନ୍ତର ବିନା ବିଦ୍ୟାଳୟ ଗୁଡ଼ିକ ପୂର୍ବାହ୍ନ 9ଘଟିକା ଠାରୁ ମଧ୍ୟାହ୍ନ 12ଘଟିକା ପର୍ଯ୍ୟନ୍ତ ଖୋଲା ରହିବ। ମଧ୍ୟାହ୍ନ ଭୋଜନ ଯୋଜନା ଅନ୍ତର୍ଗତ dry-ration ଯୋଗାଣ କାର୍ଯ୍ୟକ୍ରମ ଅନ୍ୟ ଆଦେଶ ପ୍ରାପ୍ତ ପର୍ଯ୍ୟନ୍ତ ପୂର୍ବ ପରି ଜାରି ରହିବ। ବିଦ୍ୟାଳୟ ଖୋଲିବା ପାଇଁ ସ୍ଥିରୀକୃତ SOP ବିଭାଗ ଦ୍ଵାରା ସୂଚିତ କରାଯିବ।


Share: