ଓଡିଶା ଗସ୍ତରେ ଆସି ଜଗନ୍ନାଥଙ୍କ ଦର୍ଶନ କଲେ ରାଷ୍ଟ୍ରପତି
ରଞ୍ଜନ ଦାସ ଙ୍କ ରିପୋର୍ଟ ।
ପୁରୀ: ଆଜି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ପହଞ୍ଚିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ ।
ଭାରତୀୟ ବାୟୁସେନାର ଏକ ସ୍ୱତନ୍ତ୍ର ହେଲିକପ୍ଟରରେ ତାଳ ବଣିଆ ହେଲିପ୍ୟାଡରେ ପହଞ୍ଚିବା ପରେ ଏବେ ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ।
ପୁରୀ ରାଜଭବନରୁ କଡ଼ା ସୁରକ୍ଷା ବ୍ୟବସ୍ଥାରେ ସେ ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି ।
ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।
ରାଷ୍ଟ୍ରପତିଙ୍କ ସହ ଅଛନ୍ତି ରାଜ୍ୟପାଳ ପ୍ରଫେସନ ଗଣେଶୀ ଲାଲ ।
ଶ୍ରୀଜିଉଙ୍କ ଦର୍ଶନ ନେଇ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା ହୋଇଛି । କଡ଼ା ସୁରକ୍ଷା ବଳୟ ଭିତରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ରାଷ୍ଟ୍ରପତି ।