ମୁଖ୍ୟମନ୍ତ୍ରୀ ଙ୍କ ଠାରୁ ଆଶୀର୍ବାଦ ଭିକ୍ଷା କଲେ ବର୍ଷା

Share:

ସମୀର ରଞ୍ଜନ ନାୟକ ଓଡିଶା ବ୍ୟୁରୋଚିଫ

ଭୁବନେଶ୍ୱର : ପଦମପୁର ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହା ବିପୁଳ ମାତ୍ରାରେ ବିଜୟୀ ହୋଇଛନ୍ତି । ତାଙ୍କର ଏହି ଐତିହାସିକ ବିଜୟ ପରେ ସବୁଆଡ଼ୁ ଶୁଭେଚ୍ଛାର ସୁଅ ଛୁଟିଛି । ବର୍ଷା ନିଜର ନିକଟତମ ପ୍ରତିଦ୍ୱନ୍ଦୀ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କୁ ୪୨,୬୭୯ ଖଣ୍ଡ ଭୋଟ ବ୍ୟବଧାନରେ ପରାଜିତ କରିଛନ୍ତି । ରାଜ୍ୟ ବିଜେଡି ପକ୍ଷରୁ ବିଜୟ ଉତ୍ସବ ପାଳନ କରାଯାଇଛି । ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫୋନ କରି ମଧ୍ୟ ବର୍ଷାଙ୍କୁ ଶୁଭେଚ୍ଛା ଜଣାଇଥିଲେ । ଆଜି ବର୍ଷା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କୁ ଭେଟି ଆଶୀର୍ବାଦ ଭିକ୍ଷା କରିବା ପାଇଁ ଯାଇଥିବାବେଳେ ସାଥିରେ ଅଛନ୍ତି ମନ୍ତୀ ରିତା ସାହୁ, ଟୁକୁନି ସାହୁ, ସୁଶାନ୍ତ ସିଂ ଏବଂ ଶ୍ରେହଲାତା ଛୁରୀଆ


Share: