ଆଜି ବର୍ଷା ଙ୍କ ଶପଥ ଗ୍ରହଣ

Share:

ସମୀର ରଞ୍ଜନ ଓଡିଶା ବ୍ୟୁରୋଚିଫ

ଭୁବନେଶ୍ୱର: ଆଜି ବିଧାୟିକା ଭାବେ ଶପଥ ଗ୍ରହଣ କରିବେ ନବନିର୍ବାଚିତ ବର୍ଷା ସିଂ ବରିହା । ତାଙ୍କ ଓ ଗୋପନୀୟତା ଶପଥ ପାଠ କରାଇବେ ବାଚସ୍ପତି ବିକ୍ରମ କେଶରୀ ଆରୁଖl । ବିଜୟ ରଞ୍ଜନ ସିଂ ବରିହାଙ୍କ ବିୟୋଗ ପରେ ପଦମପୁରରେ ଉପନିର୍ବାଚନ ହୋଇଥିଲା । ଏଥିରେ ବଡ଼ ବ୍ୟବଧାନରେ ବିଜୟୀ ହୋଇଛନ୍ତି ଦିବଗଂତ ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଝିଅ ବର୍ଷା ସିଂ ବରିହା ।ଆଗକୁ ବାପାଙ୍କ ଅଧୁରା ସ୍ୱପ୍ନ ପୂରଣ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ବର୍ଷା । ଉପନିର୍ବାଚନ ସମୟରେ ପଦମପୁରବାସୀଙ୍କୁ ଦେଇଥିବା ସମସ୍ତ ପ୍ରତିଶ୍ରୁତି ପୂରଣ କରିବେ । ସେମାନଙ୍କ ପାଖରେ ରହି ସେବା କରିବେ ବୋଲି ବର୍ଷା କହିଛନ୍ତି । ଲୋକ କିପରି ସରକାରୀ ଯୋଜନାର ସୁବିଧା ପାଇପାରିବେ, ସେନେଇ ଗୁରୁତ୍ୱ ଦେବା ସହ ଲୋକଙ୍କ ସମସ୍ୟା ସମାଧାନକୁ ପ୍ରାଥମିକତା ଦେବେ ବୋଲି ବର୍ଷା କହିଛନ୍ତି ।


Share: