ବିଚ୍ କନେକ୍ଟ କାର୍ଯ୍ୟକ୍ରମ ଆସନ୍ତାକାଲି ଶୁଭାରମ୍ଭ

Share:

ବେଳାଭୂମି ସଫେଇ ଅଭିଯାନ ସହ ସଚେତନତା ମୂଳକ କାର୍ଯ୍ୟକ୍ରମ ସାମିଲ

ରଞ୍ଜନ ଦାସ ଙ୍କ ରିପୋର୍ଟ

ପୁରୀ- ଆସନ୍ତାକାଲି Beach Connect (ସଂଯୋଗ:ସ୍ବର୍ଣ୍ଣାଭ ବେଳାଭୂମି) କାର୍ଯ୍ୟକ୍ରମ ଆସନ୍ତାକାଲି ଶୁଭାରମ୍ଭ ହେବ । ପ୍ରତି ରବିବାର ବ୍ୟବଧାନରେ ସକାଳ ସାଢେ ୫ ଘଟିକାରୁ ସାଢେ ୮ ଘଟିକା ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଯାରି ରହିବ । ସକାଳ ସାଢେ ୫ରୁ ସାଢେ ୬ ଘଟିକା ପର୍ଯ୍ୟନ୍ତ ଏକ ଘଣ୍ଟା ଧରି ଦିଗବାରେଣିରୁ ସ୍ବର୍ଗଦ୍ବାର ପର୍ଯ୍ୟନ୍ତ ବେଳାଭୂମି ସଫେଇ କରାଯିବ । ଏଥିସହ ଯୋଗ, ବିଚ ଭଲିବଲ, ମଲଖମ୍ଭ, ସ୍ବାସ୍ଥ୍ୟ ପରୀକ୍ଷା, କୁଇଜ ପ୍ରତିଯୋଗିତା, ୱାଟର ସ୍ପୋର୍ଟସ, ପିଲାମାନଙ୍କ ପାଇଁ ଫନ ଗେମ୍, ଟଗ୍ ଅଫ୍ ୱାର (ଦୌଡି ଭିଡା), ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ସେଲଫି ପଏଣ୍ଟ ସହ ଦସ୍ତଖତ ଅଭିଯାନର ମଧ୍ୟ ଆୟୋଜନ କରାଯାଇଛି । ଏ ସଂପର୍କରେ ପୌରସଂସ୍ଥା ନିର୍ବାହୀ ଅଧିକାରୀ ଶ୍ରୀ ସରୋଜ କୁମାର ସ୍ବାଇଁ ସ୍ବତନ୍ତ୍ର ପ୍ରଦକ୍ଷଣ ଗୃହ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ସମୁଦ୍ରକୂଳ ବ୍ୟବସାୟୀ ମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ପୌରସଂସ୍ଥା ପକ୍ଷରୁ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି । ସରକାରୀ ଅଧିକାରୀ, କର୍ମଚାରୀ, ପର୍ଯ୍ୟଟକ, ହୋଟେଲ ବ୍ୟବସାୟୀ, ବୁଦ୍ଧିଜିବୀ, ବେସରକାରୀ ଅନୁଷ୍ଠାନର କର୍ମକର୍ତ୍ତା, ସ୍ବେଚ୍ଛାସେବୀ, ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ପ୍ରମୁଖ ସାମିଲ ରହିବେ ବୋଲି ଶ୍ରୀ ସ୍ବାଇଁ ସୂଚନା ଦେଇଛନ୍ତି ।

ଏହି ଅବସରରେ ଆହ୍ବାନ କରାଯାଇଥିବା ଫଟୋ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯିବ ।

ଉକ୍ତ ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲା କ୍ରୀଡାଧିକାରୀ ଶ୍ରୀ ଚନ୍ଦନ କୁମାର ସାହୁ, ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ହେମନ୍ତ ବେହେରା, ପରାମର୍ଶଦାତା ଶ୍ରୀ ଜ୍ୟୋତିପ୍ରକାଶ ପ୍ରମୁଖ ଉପସ୍ଥିତ ଥିଲେ ।


Share: