ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା

Share:

ସମୀର ରଞ୍ଜନ ଓଡିଶା ବ୍ୟୁରୋଚିଫ

ଭୁବନେଶ୍ୱର :ଆଜି ଭୋରରୁ ସୋନପୁର ମହାନଦୀ ବ୍ରିଜ୍ ଉପରେ ଘଟିଥିବା ସଡ଼କ ଦୁର୍ଘଟଣାରେ ପାଞ୍ଚ ଜଣ ବ୍ଯକ୍ତି
ପ୍ରାଣ ହରାଇଥିବା ଖବର ପାଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ
ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ପ୍ରତ୍ୟେକ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।
ଏତଦବ୍ୟତୀତ ଏହି ଦୁର୍ଘଟଣା ରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ଵ୍ୟକ୍ତି ମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।ଏବଂ ସୋମାନଙ୍କ ର ଆଶୁ ଆରୋଗ୍ୟ କାମନା କରିଛନ୍ତି ।


Share: