ନୀଳମାଧବ ପୀଠ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ଙ୍କ ସଚିବ

Share:

ଉନ୍ନତି କରଣ କାମ ସମ୍ପର୍କରେ ସ୍ଥାନୀୟ ଲୋକ ଓ ସେବାୟତ ଙ୍କ ସହିତ ଆଲୋଚନା

ସମୀର ରଞ୍ଜନ ଓଡିଶା ବ୍ୟୁରୋଚିଫ

ଭୁବନେଶ୍ୱର :ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଙ୍କ ନିର୍ଦେଶ କ୍ରମେ ମୁଖ୍ୟମନ୍ତ୍ରୀ ଙ୍କ ସଚିବ (5T) ଶ୍ରୀ ଭି କେ ପାଣ୍ଡିଆନ ଆଜି କଣ୍ଟିଲୋ ନୀଳମାଧଵ ପୀଠ ପରିଦର୍ଶନରେ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ସହ ପୀଠର ଉନ୍ନତି ସମ୍ପର୍କରେ ସ୍ଥାନୀୟ ଲୋକ ଓ ସେବାୟତ ମାନଙ୍କ ସହିତ ଆଲୋଚନା କରିଥିଲେ .

ନୟାଗଡ ଜିଲ୍ଲାର କଣ୍ଟିଲୋ ଏକ ପ୍ରସିଦ୍ଧ ଧାର୍ମିକ ପର୍ଯ୍ୟଟନ ସ୍ଥଳୀ. ମହାନଦୀ କୂଳରେ ନୀଳମାଧଵ ପୀଠର ଶୋଭା ଅତ୍ୟନ୍ତ ମନୋରମ. .5T କାର୍ଯ୍ୟକ୍ରମ ରେ ଏହି ପୀଠର ବିକାଶ କରି ଅଧିକ ପର୍ଯ୍ୟଟକ ଙ୍କୁ ସେଠାକୁ କିପରି ଆକୃଷ୍ଟ କରାଯାଇପାରିବ , ସେ ସମ୍ପର୍କରେ ସରକାର ପଦକ୍ଷେପ ନେଉଛନ୍ତି.

ଏହା ସହିତ ଏଠାକୁ ଆସୁଥିବା ଭକ୍ତ ମାନଙ୍କ ସୁବିଧା ପାଇଁ ମଧ୍ୟ ବିଭିନ୍ନ ସୁବିଧା ସୁଯୋଗ ର ବିକାଶ କରାଯିବ.

ଏଥି ନିମନ୍ତେ ଖୁଵ ଶୀଘ୍ର ଏକ ମାଷ୍ଟର ପ୍ଲାନ କରାଯାଇ ମୁଖ୍ୟମନ୍ତ୍ରୀ ଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପନ କରାଯିବ ବୋଲି ଜଣା ଯାଇଛି.

ଏଥି ପାଇଁ ପୂର୍ତ୍ତ ବିଭାଗ କୁ ଦାଇତ୍ୱ ଦିଆଯାଇଛି.ଏହି କାର୍ଯ୍ୟକ୍ରମ ର ସଫଳ କାର୍ଯ୍ୟକାରିତା ପାଇଁ ସମସ୍ତଙ୍କ ସହଯୋଗ କାମନା କରାଯାଇଥିଲା.

ଏହି ପରଦର୍ଶନ ସମୟରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଶ୍ରୀ ବି. ବି ଯାଦବ , ନୟାଗଡ ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ .


Share: