କେନ୍ଦୁଗୁଡା ଆଶ୍ରମ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ପାଳିତ

Share:

ଅମୁଲ୍ୟ ନିଶଙ୍କ

ରାୟଗଡା :ରାମନାଗୁଡ଼ା ବ୍ଲକ ଅନ୍ତର୍ଗତ ଭାମିନି ଗ୍ରାମ ପଞ୍ଚାୟତରେ ଥିବା ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବିଭାଗର ସରକାରୀ ଆଶ୍ରମ ସ୍କୁଲ କେନ୍ଦୁଗୁଡା ବିଦ୍ୟାଳୟ ପରିସରରେ ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦିଲୀପ ଚୌଧୁରୀ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବାର୍ଷିକ ଉତ୍ସବରେ ଜ଼ିଲ୍ଲା ମଙ୍ଗଳ ଅଧିକାରୀ ଅଶୋକ ଶତପଥୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଜ଼ିଲ୍ଲା ମଙ୍ଗଳ ବିଭାଗ ଶିକ୍ଷା ପରିଦର୍ଶକ ଶ୍ୟମ ଘନ ଭୂୟାଁ ମୁଖ୍ୟବକ୍ତା ଭାବେ , ସମ୍ମାନିତ ଅତିଥି ଭାବେ ସ୍ଥାନୀୟ ଭାମିନି ସରପଞ୍ଚ ସୁଶ୍ରୀ ଋତୁପ୍ରଭା ଗମାଙ୍ଗ , ସମିତି ସଭ୍ୟ କୈଳାଶ ହିକକା, ଭାରସିଙ୍ଗ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ରମେଶ ଦାସ, ଏକଲବ୍ୟ ଗୁଣୁପୁର ର ପ୍ରଧାନ ଶିକ୍ଷକ ଅନନ୍ତ ତ୍ରିପାଠୀ, ପୁଟାସିଂ ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ବୃନ୍ଦାବନ ଚନ୍ଦ୍ର ସାହୁ , ଓ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ମାଗତ ଶବର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭରେ ଶ୍ରୀ ଜଗନ୍ନାଥଙ୍କ ଫୋଟ ଚିତ୍ରରେ ଦ୍ୱୀପ ପ୍ରଜ୍ୱଳନ କରାଗଲା ପରେ ଅତିଥି ପରିଚୟ ଏବଂ ଅତିଥିଙ୍କୁ ଉପଢୌକନ ଦେଇ ସମ୍ମାନିତ କରାଯାଇଥିଲା। ପରେ ଅଧ୍ୟୟନରତ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସ୍ୱାଗତ ସଙ୍ଗୀତ ଗାନ କରାଯାଇଥିଲା। ଦିଲୀପ ଚୌଧୁରୀ ବାର୍ଷିକ ବିବରଣୀ ପାଠ କରିଥିଲେ ଏହି ସ୍କୁଲ 1973 ରର ସ୍ଥାପିତ ହୋଇ ଥିଲା ଆଜି ଏହି ଠାରେ ପ୍ରଥମ ରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ 174 ଜଣ ଛାତ୍ର ଛାତ୍ରୀ ଅଧୟନରତ ବୋଲି କହିଥିଲେ ଓ ଏହା ସହିତଏହି ସ୍କୁଲ ପାଇଁ ଛାତ୍ର ଛାତ୍ରୀ ଙ୍କ ଖାଇବା ନିମନ୍ତେ ଏକ ଗୃହ ଷ୍ଟାଫ ଙ୍କ ପାଇଁ ରହିବା ନିମନ୍ତେ ଗୃହ ଓ ପିଲାଙ୍କ ପରିସ୍ରା ଗୃହ ଆବଶ୍ୟକ ରହିଛି ବୋଲି କହିଥିଲେ । ବିଦ୍ୟାର୍ଥୀ ମାନଙ୍କ ଲୁକ୍କାୟିତ ପ୍ରତିଭା ଚୟନ ଦିଗରେ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ଅଭିଭାବକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ରହିଥାଏ। ପାଠପଢା ସହିତ କ୍ରୀଡ଼ାରେ ଜଡିତ ରହିଲେ ଛାତ୍ରଛାତ୍ରୀ ମାନଙ୍କ ମୌଖିକ ବିକାଶ ହେବା ସହ କଠିନ ପରିଶ୍ରମ ହିଁ ଜୀବନରେ ସଫଳତା ଆଣିଦେଇଥାଏ ବୋଲି ମୁଖ୍ୟ ଅତିଥି ଶ୍ରୀ ସାରକା ନିଜ ଅଭିଭାଷଣରେ କହିଥିଲେ। ଛାତ୍ରଛାତ୍ରୀ ମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିବା ସହ ଅନୁସୂଚିତ ଜନଜାତି ପିଲାଙ୍କ ଉଚ୍ଚ ଶିକ୍ଷା ନିମନ୍ତେ ସରକାରଙ୍କ ବିଭିନ୍ନ ପ୍ରକାର ଯୋଜନା ସମ୍ପର୍କରେ ଅନ୍ୟ ଅତିଥି ମାନେ ମତବ୍ୟକ୍ତ କରିଥିଲେ। ଏହି ଅବସରରେ ବିଭିନ୍ନ କ୍ରୀଡ଼ାରେ ପାରଦର୍ଶିତା ଲାଭ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନେ ପୁରସ୍କୃତ କରି ଉତ୍ସାହିତ କରିଥିଲେ।ଠିକ ସେହିପରି ଏହି ସ୍କୁଲ ଟ ପୂର୍ବତନ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଦାମୋଦର କ୍ରସ୍କ ଙ୍କୁ ସ୍କୁଲ ପକ୍ଷରୁ ମୁଖ୍ୟଅତିଥି ସମ୍ମାନିତ କରିଥିଲେ lଏହାପରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଏଥିରେ ଅଂଚଳ ର ଜନସାଧାରଣ ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ତପନ କୁମାର ସିନାମୁଦୀ ଓ ବୁଦୁବାଲି ଶିକ୍ଷକ ରାମ ପ୍ରସାଦ ପାଢ଼ୀ ମଞ୍ଚ ପରିଚାଳନା କରିଥିବା ବେଳେ ଶିକ୍ଷକ ଏମ ଶ୍ରୀନିବାସ, କୁନିଦାସ, ସସ୍ମିତା ଦାସ, ମଧୁସ୍ମିତା ଗମାଙ୍ଗ, ଗଣେଶ ଶବର, ଯୁଗଲି କିଶୋରୀ ଶବର, ଏ ଏନ ଏମ ସି ସି ଏ ପଦ୍ମାବତୀ ଶବର, ଧରମ ଶବର, ନାରାୟଣ ସାବର ଜଗନ୍ନାଥ ଶବର ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ।


Share: