ଆସନ୍ତାକାଲି ରାଜ୍ୟ ରେ ନୂଆଁ ମନ୍ତ୍ରୀମଣ୍ଡଳର ଶପଥ ଗ୍ରହଣ

Share:

ସମୀର ରଞ୍ଜନ ଓଡିଶା ବ୍ୟୁରୋଚିଫ

ଭୁବନେଶ୍ୱର: ଆଜି ରାଜ୍ୟ ମନ୍ତ୍ରୀ ମଣ୍ଡଳର ସମସ୍ତ ମନ୍ତ୍ରୀ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ତଥ୍ୟ ଅନୁସାରେ ଆସନ୍ତାକାଲି ରବିବାର ଦିନ ୧୧.୪୫ ମିନିଟରେ ରାଜ୍ୟର ନୂତନ ମନ୍ତ୍ରିମଣ୍ଡଳ ଶପଥ ଗ୍ରହଣ କରିବେ।
ରାଜଭବନରେ ଏହି ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି । ଯେଉଁମାନେ ମନ୍ତ୍ରୀ ଭାବେ ଶପଥ ନେବେ ସେମାନଙ୍କ ପାଖକୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ମଧ୍ୟ ଫୋନ୍ ଯିବା ଆରମ୍ଭ ହୋଇଛି । ଏହାସହ ସମସ୍ତଙ୍କୁ ଭୁବନେଶ୍ୱର ପହଂଚିବାକୁ ନିର୍ଦ୍ଦେଶ ଦିଆଯାଇଛି ।


Share: